• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ବ୍ୟବସାୟ

11-May-2024

ଭାରତ ସରକାରଙ୍କୁ ପ୍ରାୟ ୧ ଲକ୍ଷ କୋଟି ଟଙ୍କା ପ୍ରଦାନ କରିବ ରିଜର୍ଭ ବ୍ୟାଙ୍କ

ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଲାଭାଂଶ ଆକାରରେ ଭାରତ ସରକାରଙ୍କୁ ପ୍ରାୟ ୧ ଲକ୍ଷ କୋଟି ଟଙ୍କା ପ୍ରଦାନ କରିପାରେ। ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏହା କୁହାଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଭାରତ ସରକାରଙ୍କୁ ୮୭,୪୦୦ କୋଟି ଟଙ୍କା ପ୍ରଦାନ କରାଯାଇଥିଲା।ସରକାର ୨୦୨୪-୨୫ ଆର୍ଥିକ ବର୍ଷରେ ରିଜର୍ଭ ବ୍ୟାଙ୍କ, ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଏବଂ ଆର୍ଥିକ ପ୍ରତିଷ୍ଠାନଗୁଡ଼ିକ ଠାରୁ ମୋଟ ୧,୦୨,୦୦୦ କୋଟି ଟଙ୍କା ପାଇବା ନେଇ ବଜେଟରେ ଆକଳନ କରିଛନ୍ତି। କିନ୍ତୁ ଲାଭାଂଶ ପ୍ରାପ୍ତି ପରିମାଣ ଅଧିକ ରହିବ ବୋଲି ରିପୋର୍ଟରେ କୁହାଯାଇଛି। ଗତବର୍ଷ ମଧ୍ୟ ସରକାର କେବଳ ୪୮,୦୦୦ ‌କୋଟି ଟଙ୍କା ପାଇବା ନେଇ ଆକଳନ କରିଥିବାବେଳେ ୧,୦୪,୪୦୦ କୋଟି ଟଙ୍କା ମିଳିଥିଲା। ତେଣୁ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ଲାଭାଂଶ ମିଳିବାରେ ଉନ୍ନତି ଦେଖାଦେବ।ରିଜର୍ଭ ବ୍ୟାଙ୍କର ଲାଭାଂଶ ହିସାବକୁ ବିଭିନ୍ନ ବିଷୟ ପ୍ରଭାବିତ କରିଥାଏ। ସୁଧ ଆୟ, ବିଦେଶୀ ମୁଦ୍ରା ଭଣ୍ଡାରରେ ହେଉଥିବା ଲାଭ ଆଦି ଏଥିରେ ଅନ୍ୟତମ। ରିଜର୍ଭ ବ୍ୟାଙ୍କର ବିତ୍ତୀୟ ସ୍ଥିତି ବିବରଣୀରେ ବିଦେଶୀ ମୁଦ୍ରା ସଂପତ୍ତି ପ୍ରାୟ ୭୦ ପ୍ରତିଶତ ରହିବାବେଳେ ପ୍ରାୟ ୨୦ ପ୍ରତିଶତ ସଂପତ୍ତି ଘରୋଇ ସରକାରୀ ବଣ୍ଡ୍‌ ଆକାରରେ ରହିଥାଏ। ଏସବୁରେ ରିଜର୍ଭ ବ୍ୟାଙ୍କର ସୁଧ ଆୟ ୧.୫ ଲକ୍ଷ କୋଟିରୁ ୧.୭ ଲକ୍ଷ କୋଟି ଟଙ୍କା ମଧ୍ୟରେ ରହିବ ବୋଲି ଆକଳନ କରାଯାଇଛି। ଏଥିସହିତ ନଗଦ ଅର୍ଥ ପରିଚାଳନା ବାବଦ ସୁଧ ମଧ୍ୟ ବୃଦ୍ଧି ପାଇଛି।

     ବ୍ୟୁରୋ ରିପୋର୍ଟ ଜିଟିଭି ଭାରତ ଓଡ଼ିଆ।

323
ବିଜ୍ଞାପନ

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Chaiti - 2025..

Advertisement of Utkal Alumina International LTD. Dorag..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ପ୍ରିୟ ଖବରର ଦ୍ୱାଦଶ ତମ ସ୍ୱନକ୍ଷତ..

ଜିଲ୍ଲା

ଦିନିକିଆ ଷ୍ଟେକହୋଲ୍ଡର ବନ୍ଧୂତପୂ..

ସହର

ଜେକେ ପେପର୍ ମିଲ୍ସ, ଜେକେପୁରରେ ୩୭..

ଗ୍ରାମୀଣ

ଗାନ୍ଧିଜୀ ସାମାଜିକ ଅନୁଷ୍ଠାନ ଟ୍..

ଜାତୀୟ

ସଂକ୍ଷେପରେ 22 ତାରିଖର 21 ଗୋଟି ମୁଖ୍..

ଅନ୍ତର୍ଜାତୀୟ

ଆମେରିକାରେ ପୁଣି ଜଣେ ଭାରତୀୟ ଛାତ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) | "ଜିଟିଭି ଭାରତ ଡଟ୍ କମ୍" ତଥା "ଜିଟିଭି ଭାରତ ଓଡିଆ" ପୋର୍ଟାଲ କିମ୍ବା ଚାନେଲ ସମ୍ପର୍କରେ କେବଳ ରାୟଗଡ ଜୁଡିସିଆଲରେ ହିଁ ଆଇନଗତ ଆଶ୍ରୟ ନେଇପାରିବେ:ସମ୍ପାଦକ   (03-Aug-2021 03:48:00 PM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter