14-Jan-2025
ରାମନାଗୁଡା (ପିଆର ), ତା ୧୩.୦୧.୨୦୨୫ ରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାମନଗୁଡା ସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ନିର୍ଦ୍ଦେଶକ୍ରମେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ ଅଧ୍ୟକ୍ଷତା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକାରୀ ସ୍ୱାତୀ ଏସ କୁମାର, ବନଖଣ୍ଡ ଅଧିକାରୀ ସଚିନ ଆନ୍ନା ସାହେବ ଓହଲ, ଗୁଣପୁର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀ ଲାଲ ମୋହନ ରାଉତରାୟ, ରାମନଗୁଡା ବ୍ଲକ ଅଧ୍ୟକ୍ଷ ରବିଶଙ୍କର ଗମାଙ୍ଗ ଉପସ୍ଥିତ ରହି ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l
ଆଜି ମୋଟ ୪୦ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୨୯ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୧ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମିଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ଧାନ ଉଠାଇବା, ଜମିଜମା ରେଜିଷ୍ଟ୍ରାସନ, ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଏହି ଅଭିଯୋଗ ଶିବିରରେ ତହସିଲଦାର ରାମନଗୁଡା ପ୍ରାଣକୃଷ୍ଣ ପାଣିଗ୍ରାହୀ, କୋଲନରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ରିନା ପ୍ରଧାନ, ସହକାରୀ ଜିଲ୍ଲାପାଳ ଚିନ୍ମୟ ମହାନନ୍ଦ, ଗ୍ରୀଭାନ୍ସ ଅଧିକାରୀ ସସ୍ମିତା ପଟ୍ଟନାୟକ, ଜିଲ୍ଲା ନିୟୋଜନ ତଥା ଦକ୍ଷତା ବିକାଶ ଅଧିକାରୀ ତତ୍ୱ ମସି ମହାପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଆଲେନୁର, ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ଜିଲ୍ଲା କୃଷି ଅଧିକାରୀ ବିଷ୍ଣୁ ପ୍ରସାଦ କର, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଦାସୀରଥି ସରେନ, ମତ୍ସ ବିଭାଗ ଉପ ନିର୍ଦ୍ଦେଶକ ଜ୍ଞାନ ରଞ୍ଜନ ସେଠି, ଅବକାରୀ ଅଧିକ୍ଷକ ସନ୍ତୋଷ କୁମାର ଧଳ ସାମନ୍ତ, ମଧ୍ୟମ ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ, ଉଠା ଜଳସେଚନ ନିର୍ବାହୀ ଯନ୍ତ୍ରୀ, ରାସ୍ତା ଓ କୋଠାବାଡ଼ି ନିର୍ବାହୀ ଯନ୍ତ୍ରୀ, ଟାଟା ପାୱାର ନିର୍ବାହୀଯନ୍ତ୍ରୀ ସୁନୀଲ କୁମାର ରାଉତ, ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ ଗୋପାଳ ନାୟକ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ କୁମାର ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
ଅଭିଯୋଗ ଶୁଣାଣି ଶିବିରକୁ ସହକାରୀ ଯନ୍ତ୍ରୀ ପ୍ରତାପ କୁମାର ମିଶ୍ର, ବିପିଏମ ଯସ୍ମୀନ ମୁଟୁକା ଓ ବ୍ଲକର ଅନ୍ୟ କର୍ମଚାରୀ ପରିଚାଳନା କରିଥିଲେ । ପିଆର ରିୋପୋର୍ଟ