• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ସହର

30-Apr-2025

ରାୟଗଡ ଜିଲ୍ଲାସ୍ତରୀୟ କୃଷକ ଦିବସରେ ଗଣଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା ଅକ୍ଷିମୁଠି ଶୁଭାରମ୍ଭ

ରାୟଗଡ଼ା / ଗୁଣପୁର(ପିଆର) ତା:୩୦.୦୪.୨୦୨୫ରିଖ ଦିନ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାୟଗଡ଼ା ଜିଲ୍ଲାସ୍ତରୀୟ କୃଷକ ଦିବସ ପାଳନ ଉତ୍ସବ ଗୁଣପୁରସ୍ଥିତ କୃଷି କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଓଡ଼ିଶା ସରକାରଙ୍କ ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସଂଖ୍ୟା ଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ  କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । 
ମୁଖ୍ୟ ଅତିଥିଙ୍କ କର କମଳରେ ବୈଦିକ ରୀତିନୀତି ଅନୁଯାୟୀ ପୂଜକଙ୍କ ଦ୍ୱାରା ମନ୍ତ୍ର ଉଚ୍ଚାରଣ, ଭୂମି ପୂଜନ, ଅକ୍ଷଧ୍ୟାନ ପୂଜନ, ହଳ ବଳଦ ପୂଜନ ତଥା ବିଭିନ୍ନ ଦେବାଦେବୀଙ୍କ ଆବାହନ ପୂର୍ବକ ଗୁଣୁପୁର ଠାରେ ଥିବା କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ମହା ଆଡ଼ମ୍ବରରେ ପାଳନ କରାଯାଇଛି l ଏଥିରେ ମାନ୍ୟବର ମନ୍ତ୍ରୀ ଶ୍ରୀ ଗଣ୍ଡ ମୁଣ୍ଡରେ ପାଗଡି ବାନ୍ଧି ଅକ୍ଷୀ ମୁଠି ଚାଷ ଜମିରେ ବୁଣିବା ସହ ପାରମ୍ପରିକ ନୀତି ଅନୁଯାୟୀ ହଳ ଲଙ୍ଗଳ କରିଥିଲେ l ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ରାୟଗଡ଼ା ଜ଼ିଲ୍ଲାପାଳ ଶ୍ରୀମତୀ ପାରୂଲ ପଟlୱରୀ ସମ୍ମାନିତ ଅତିଥି, ରାୟଗଡ଼ା ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ, ଗୁଣପୁର ଉପ ଜିଲ୍ଲାପାଳ କିରନ ଦୀପ କୌର ସହୋତା ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇଥିଲେ ।
କାର୍ଯ୍ୟକ୍ରମରେ ଚଳିତ ବର୍ଷର ସିଏମ କିଷାନର ପ୍ରଥମ ପ୍ରୋତ୍ସାହନ ରାଶି ଡିବିଟି ମାଧ୍ୟମରେ ପ୍ରଦାନ ପୂର୍ବକ ଏହାର ଶୁଭାରମ୍ଭ କରାଯାଇଛି l ଏହି ଅବସରରେ ମାନ୍ୟବର ମନ୍ତ୍ରୀ ନିଜର ବକ୍ତବ୍ୟରେ କହିଛନ୍ତି ଯେ କୃଷକଟିଏ ତା ହୃଦୟରେ ଭକ୍ତି ଓ ନିଷ୍ଠା ସହକାରେ ଏହି ପର୍ବଟିକୁ ପାଳନ କରେ । ଆଜିର ଦିନରେ ଧାନ ବୁଣା କାର୍ଯ୍ୟ ଆରମ୍ଭ ହୁଏ । ଅକ୍ଷୟ ତୃତୀୟା ଦିନଟି ଶାସ୍ତ୍ରୀୟ ଏବଂ ପୌରାଣିକ ଉଭୟ ମତରେ ଏକ ପବିତ୍ର ତଥା ଧର୍ମୀୟ ଭାବନାର ଦିନ । ଶ୍ରୀଜଗନ୍ନାଥଙ୍କର ବିଶ୍ବ ପ୍ରସିଦ୍ଧ ରଥଯାତ୍ରାର ବାର୍ଷିକ ରଥ ଗଢ଼ାକାମ ମଧ୍ୟ ଏହି ଅକ୍ଷୟ ତୃତୀୟା ଦିନରୁ ହିଁ ଅନୁକୂଳ ହୋଇଥାଏ ବୋଲି ମତବ୍ୟକ୍ତ କରିଛନ୍ତି । ଏଥିସହ ଆଜିର ପବିତ୍ର ଦିନଟିକୁ ରାଜ୍ୟ ସରକାର କୃଷକକୁ ସମର୍ପିତ କରିଥିବା ସେ ସୂଚନା ଦେଇଛନ୍ତି । ସେ ଆହୁରୀ ମଧ୍ୟ କହିଛନ୍ତି, ସମୃଦ୍ଧ ଗ୍ରାମୀଣ ଜୀବନର ମୂଳ ଆଧାର ହେଉଛି କୃଷକଙ୍କ ସଶକ୍ତୀକରଣ । ଆଜି ସାରା ରାଜ୍ୟରେ କୃଷକ ଦିବସ ପାଳନ କରାଯାଉଛି । ଏହି ଦିବସ ଆମକୁ ଆମ ପରମ୍ପରା, ସଂସ୍କୃତି ସହ ଯୋଡ଼ି ରଖିବାରେ ସହାୟକ ହେବ । ସେହିପରି ଅନ୍ନଦାତାଙ୍କୁ ଅଧିକ ସଶକ୍ତ କରିବାକୁ ବଜେଟରେ ଦୃଢ ପଦକ୍ଷେପ ଗ୍ରହଣ କରାଯାଇଛି ।  ଚଳିତ ବର୍ଷ କୃଷି ବଜେଟ ପୂର୍ବ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ ରହିଛି । 
ସୂଚନାଯୋଗ୍ୟ,  ଆଜିର ଶୁଭ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ସିଏମ୍ କିଷାନ ଯୋଜନାରେ ରାଜ୍ୟର ୫୦ ଲକ୍ଷରୁ ଉର୍ଦ୍ଧ୍ବ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନ କୃଷକ ପରିବାରଙ୍କୁ ୨୦୨୫ ଖରିଫ୍ ଋତୁ ପାଇଁ ୧୦୨୫ କୋଟି ଟଙ୍କାରୁ ଅଧିକ ସହାୟତା ରାଶି ଡ଼ିବିଟି ମାଧ୍ୟମରେ ହସ୍ତାନ୍ତର କରିଛନ୍ତି । ସିଏମ୍ କିଷାନ ଯୋଜନାରେ ଖରିଫ୍ ଋତୁ ପାଇଁ ରାୟଗଡ଼ା ଜିଲ୍ଲାର ୮୭,୨୨୩ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ  ୩,୫୧୬ ଜଣ ଭୂମିହୀନ ଚାଷୀଙ୍କୁ ସହାୟତା ପ୍ରଦାନ କରାଯାଇଛି । ରାୟଗଡ଼ା ଜିଲ୍ଲାରେ ମୋଟ୍ ୯୦,୭୩୯ ଜଣ ଚାଷୀ ଏଥିରେ ଲାଭବାନ୍ ହୋଇଛନ୍ତି । ସିଏମ୍ କିଷାନ ଯୋଜନାରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ସମସ୍ତ ଯୋଗ୍ୟ ବିବେଚିତ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ପ୍ରତ୍ୟେକ ଫସଲ ଋତୁ ଆରମ୍ଭରେ ୨୦୦୦ଟଙ୍କା ହିସାବରେ ବାର୍ଷିକ ୪୦୦୦ଟଙ୍କାର ଆର୍ଥିକ ସହାୟତା ଏବଂ ଭୂମିହୀନ କୃଷକ ପରିବାରଙ୍କ ଆର୍ଥିକ ଅଭିବୃଦ୍ଧି ନିମନ୍ତେ ଆନୁଷଙ୍ଗିକ କୃଷି କାର୍ଯ୍ୟକ୍ରମ ଯଥା ପଶୁପାଳନ, ମତ୍ସ୍ୟ ଚାଷ ଓ ଉଦ୍ୟାନକୃଷି ଭଳି ଯେକୌଣସି ବୃତ୍ତି ଆପଣେଇବା ପାଇଁ ତିନୋଟି କିସ୍ତିରେ ସମୁଦାୟ ୧୨,୫୦୦ ଟଙ୍କାର ସହାୟତା ପ୍ରଦାନ କରାଯାଉଅଛି  ।

145
ବିଜ୍ଞାପନ

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Chaiti - 2025..

Advertisement of Utkal Alumina International LTD. Dorag..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ପ୍ରିୟ ଖବରର ଦ୍ୱାଦଶ ତମ ସ୍ୱନକ୍ଷତ..

ଜିଲ୍ଲା

ଦିନିକିଆ ଷ୍ଟେକହୋଲ୍ଡର ବନ୍ଧୂତପୂ..

ସହର

ଜେକେ ପେପର୍ ମିଲ୍ସ, ଜେକେପୁରରେ ୩୭..

ଗ୍ରାମୀଣ

ଗାନ୍ଧିଜୀ ସାମାଜିକ ଅନୁଷ୍ଠାନ ଟ୍..

ଜାତୀୟ

ସଂକ୍ଷେପରେ 22 ତାରିଖର 21 ଗୋଟି ମୁଖ୍..

ଅନ୍ତର୍ଜାତୀୟ

ଆମେରିକାରେ ପୁଣି ଜଣେ ଭାରତୀୟ ଛାତ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) | "ଜିଟିଭି ଭାରତ ଡଟ୍ କମ୍" ତଥା "ଜିଟିଭି ଭାରତ ଓଡିଆ" ପୋର୍ଟାଲ କିମ୍ବା ଚାନେଲ ସମ୍ପର୍କରେ କେବଳ ରାୟଗଡ ଜୁଡିସିଆଲରେ ହିଁ ଆଇନଗତ ଆଶ୍ରୟ ନେଇପାରିବେ:ସମ୍ପାଦକ   (03-Aug-2021 03:48:00 PM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter