01-Oct-2025
ଭୁବନେଶ୍ବର: ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l ଏହା ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨ତାରିଖ ସକାଳ ବେଳକୁ ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତ ରେ ପରିଣତ ହେବା ସମ୍ଭାବନା ରହିଛି ।୩ ତାରିଖ ସକାଳ ସମୟରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଚଳିତ ମୌସୁମୀ ପରବର୍ତୀ ଋତୁ ଅକ୍ଟୋବରରୁ ଡ଼ିସେମ୍ବର ମଧ୍ୟରେ ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ବର୍ଷା ସମ୍ଭାବନା ରହିଛି l
ବ୍ୟୁରୋ ରିପୋର୍ଟ ଜିଟିଭି ଭାରତ ଓଡ଼ିଆ।