02-Oct-2025
ଭୁବନେଶ୍ୱର: ବଙ୍ଗୋପସାଗରରେ ଆସୁଛି ବଡ଼ ବାତ୍ୟା ।ଏନେଇ ଆଲର୍ଟ ଜାରି କରିଛି ଆମେରିକାର ପାଣିପାଗ ବିଭାଗ ଜେଟିଡବ୍ଲ୍ୟୁସି।କିନ୍ତୁ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ବଙ୍ଗୋପସାଗରରେ ଘନୀଭୂତ ହୋଇଥିବା ଲଘୁଚାପ ଡିପ୍ ଡିପ୍ରେସନରେ ପରିଣତ ହୋଇଛି।କିନ୍ତୁ JTWC ଏନେଇ ଆଲର୍ଟ ଜାରି କରିଛି। ଯାହା ଏକ ସମ୍ଭାବ୍ୟ ଘୂର୍ଣ୍ଣିଝଡ଼କୁ ସୂଚିତ କରୁଛି।ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଅଧିକରୁ ଅଧିକ ଘନିଭୂତ ହୋଇ ଗଭୀର ଅପପାତର ରୂପ ନେଉଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ହେବ।ବିଶାଖପାଟଣାଠାରୁ ୩ ଶହ କିଲୋମିଟର ଓ ଗୋପାଳପୁରଠାରୁ ୩୨୦ କିଲୋମିଟର ଦୂରରେ ରହି ସମୁଦ୍ରରେ ବଳ ଗୋଟାଇ ଆଗକୁ ବଢ଼ୁଛି ଅବପାତ।ଏହା ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରି ପାରାଦୀପରୁ ଗୋପାଳପୁର ମଧ୍ୟରେ ଅତିକ୍ରମ କରିବାର ଅଧିକ ସମ୍ଭାବନା ରହିଛି। ସମ୍ଭାବ୍ୟ ଗଭୀର ଅବପାତ ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ସକାଳ ଯାଏଁ ରାଜ୍ୟରେ ବଡ଼ ବର୍ଷା ଏବଂ ପବନର ପ୍ରଭାବ ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ସତର୍କ କରାଯାଇଛି। ଆଜି ଜଗତସିଂହପୁର ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି । ଉତ୍ତର ଉପକୂଳର ୧୪ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ ସହ ୯ ଜିଲ୍ଲାକୁ ୟଲୋ ଆଲର୍ଟ ଜାରି ହୋଇଛି। ୩ ତାରିଖ ସକାଳ ଯାଏଁ ପ୍ରବଳ ବର୍ଷା ହେବ।
ବ୍ୟୁରୋ ରିପୋର୍ଟ ଜିଟିଭି ଭାରତ ଓଡ଼ିଆ।