• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଜିଲ୍ଲା

14-Feb-2026

ଜେ.କେ. ପେପର୍‌ର ସାମାଜିକ ସଂଗଠନ ‘ସ୍ପର୍ଶ’ ଆନୁକୂଲ୍ଯରେ ‘ଯୁବ ସମ୍ବଳ କେନ୍ଦ୍ର’ ଉଦଘାଟିତ

ରାୟଗଡ଼ା(ପିଆ),ତା. ୧୩ ଫେବୃଆରୀ ୨୦୨୬ ରିଖ ଦିନ ରାୟଗଡ଼ା ଜିଲ୍ଲା ପ୍ରଶାସନ ଓ ‘ସ୍ପର୍ଶ’ (ଜେ.କେ. ପେପର୍ ସି.ଏସ୍.ଆର୍) ର ମିଳିତ ଆନୁକୂଲ୍ୟରେ ‘ଯୁବ ସମ୍ବଳ କେନ୍ଦ୍ର’ ଉଦଘାଟିତ ହୋଇଯାଇଛି | ରାୟଗଡ଼ା ଜିଲ୍ଲାର ଗ୍ରାମାଞ୍ଚଳ ଓ ଆଦିବାସୀ ଯୁବତୀମାନଙ୍କୁ ସଶକ୍ତ କରିବା ଲକ୍ଷ୍ୟରେ ଜେ.କେ. ପେପର୍‌ର ସାମାଜିକ ସଂଗଠନ ‘ସ୍ପର୍ଶ’ ସୋସିଆଲ୍ ଫାଉଣ୍ଡେସନ୍ ପକ୍ଷରୁ ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ (DSDEO ଅଫିସ ଉପରେ) ଏକ ‘ଯୁବ ସମ୍ବଳ କେନ୍ଦ୍ର’ (Youth Resource Centre) ଉଦଘାଟିତ ହୋଇଯାଇଛି।
ଏହି କେନ୍ଦ୍ରକୁ ମୁଖ୍ୟ ଅତିଥି ଭାବେ ରାୟଗଡ଼ା ଜିଲ୍ଲାପାଳ ଶ୍ରୀଯୁକ୍ତ ଆଶୁତୋଷ କୁଲକର୍ଣ୍ଣୀ (IAS) ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲ୍ଲା ଦକ୍ଷତା ବିକାଶ ତଥା ନିଯୁକ୍ତି ଅଧିକାରୀ କୁମାରୀ ସ୍ୱର୍ଣ୍ଣଲତା ରାଉତ, ସ୍ୱତନ୍ତ୍ର ଅତିଥି ଭାବେ ରାୟଗଡ଼ା ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ଅର୍ଚ୍ଚନା ପଟ୍ଟନାୟକ ଏବଂ ଜେ.କେ. ପେପର୍ ମିଲ୍‌ର ବାଣିଜ୍ୟିକ ବିଭାଗ ଉପ-ସଭାପତି ଶ୍ରୀଯୁକ୍ତ ବିଶ୍ୱଜିତ ଦ୍ୱିବେଦୀ ପ୍ରମୁଖ ଉପସ୍ଥିତ ଥିଲେ। ସ୍ପର୍ଶ (ଜେ.କେ. ପେପର୍ ସି.ଏସ.ଆର) ର ପରିଚାଳକ ଶ୍ରୀଯୁକ୍ତ ଆଦିତ୍ୟ ପଟ୍ଟନାୟକ କାର୍ଯ୍ୟକ୍ରମଟିକୁ ପରିଚାଳନା କରିଥିଲେ।
ଏହି ଯୁବ ସମ୍ବଳ କେନ୍ଦ୍ର ବିଶେଷ କରି ଜିଲ୍ଲାର ଅବହେଳିତ ତଥା ଆର୍ଥିକ ଅନଗ୍ରସର ପରିବାରର ୫୦ ଜଣ ଆକାଂକ୍ଷୀ ଶିକ୍ଷିତ ଯୁବତୀଙ୍କୁ ମାଗଣାରେ ବ୍ୟାଙ୍କିଙ୍ଗ୍, SSC, ରେଳବାଇ, OSSC, OSSSC ଏବଂ ପୋଲିସ୍ ଭଳି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରଶିକ୍ଷଣ ପ୍ରଦାନ କରିବ। ୯ ମାସ ଧରି ଚାଲିବାକୁ ଥିବା ଏହି ପାଠ୍ୟକ୍ରମରେ ଗଣିତ, ସାଧାରଣ ଜ୍ଞାନ, ଇଂରାଜୀ, ଓଡ଼ିଆ ବ୍ୟାକରଣ ଏବଂ କମ୍ପ୍ୟୁଟର ଶିକ୍ଷା ସହିତ ବ୍ୟକ୍ତିତ୍ୱ ବିକାଶ (Personality Development) ଉପରେ ଗୁରୁତ୍ୱ ଦିଆଯିବ।
ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ନିଯୁକ୍ତି କାର୍ଯ୍ୟାଳୟର କନିଷ୍ଠ ନିଯୁକ୍ତି ଅଧିକାରୀ ଶ୍ରୀ ସନ୍ତୋଷ ନନ୍ଦ, ଅଧ୍ୟାପିକା ଶାନ୍ତିଲତା ଓ ଅଧ୍ୟାପକ ରମ୍ୟ ରଞ୍ଜନ ସାହୁ ଉପସ୍ଥିତ ରହି ଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ପରିଶେଷରେ ସ୍ପର୍ଶ ସୋସିଆଲ୍ ଫାଉଣ୍ଡେସନ୍ ଟିମ୍ ପକ୍ଷରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା। ଏହି କେନ୍ଦ୍ର ଆଗାମୀ ଦିନରେ ଗ୍ରାମାଞ୍ଚଳ ଓ ସହରାଞ୍ଚଳର ପିଲାଙ୍କ ମଧ୍ୟରେ ଥିବା ସୁଯୋଗର ବ୍ୟବଧାନକୁ ଦୂର କରିବାରେ ସହାୟକ ହେବ ବୋଲି ଆଶା କରାଯାଉଛି।

8
ବିଜ୍ଞାପନ

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Chaiti - 2025..

Advertisement of Utkal Alumina International LTD. Dorag..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ପ୍ରିୟ ଖବରର ଦ୍ୱାଦଶ ତମ ସ୍ୱନକ୍ଷତ..

ଜିଲ୍ଲା

ଦିନିକିଆ ଷ୍ଟେକହୋଲ୍ଡର ବନ୍ଧୂତପୂ..

ସହର

ଜେକେ ପେପର୍ ମିଲ୍ସ, ଜେକେପୁରରେ ୩୭..

ଗ୍ରାମୀଣ

ଗାନ୍ଧିଜୀ ସାମାଜିକ ଅନୁଷ୍ଠାନ ଟ୍..

ଜାତୀୟ

ସଂକ୍ଷେପରେ 22 ତାରିଖର 21 ଗୋଟି ମୁଖ୍..

ଅନ୍ତର୍ଜାତୀୟ

ଆମେରିକାରେ ପୁଣି ଜଣେ ଭାରତୀୟ ଛାତ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) | "ଜିଟିଭି ଭାରତ ଡଟ୍ କମ୍" ତଥା "ଜିଟିଭି ଭାରତ ଓଡିଆ" ପୋର୍ଟାଲ କିମ୍ବା ଚାନେଲ ସମ୍ପର୍କରେ କେବଳ ରାୟଗଡ ଜୁଡିସିଆଲରେ ହିଁ ଆଇନଗତ ଆଶ୍ରୟ ନେଇପାରିବେ:ସମ୍ପାଦକ   (03-Aug-2021 03:48:00 PM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter