• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଜିଲ୍ଲା

22-May-2026

ବନ୍ୟା ମୁକାବିଲା ପାଇଁ ସମସ୍ତ ବିଭାଗକୁ ସତର୍କ ଓ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ରାୟଗଡ(ପିଆର), ତା ୨୨.୦୫.୨୦୨୬ରିଖ ଦକ୍ଷିଣ ପଶ୍ଚିମ ମୌସୁମୀ ବର୍ଷା–୨୦୨୬ ସମୟରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ସଫଳ ମୁକାବିଲା ପାଇଁ ଆଜି ଜିଲ୍ଲାପାଳ ରାୟଗଡଙ୍କ ନୂତନ ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲ୍ଲାପାଳ ଶ୍ରୀ ଅଶୁତୋଷ କୁଳକର୍ଣ୍ଣୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲାରେ ବନ୍ୟା ପୂର୍ବ ପ୍ରସ୍ତୁତି, ସତର୍କତାମୂଳକ ପଦକ୍ଷେପ ଏବଂ ବିଭିନ୍ନ ବିଭାଗର ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା । ଜିଲ୍ଲାରେ ଜରୁରୀକାଳୀନ ସ୍ଥିତିର ପରିଚାଳନା ପାଇଁ ଜିଲ୍ଲା ଜରୁରୀକାଳୀନ କାର୍ଯ୍ୟାଳୟ ଏବଂ ନିୟନ୍ତ୍ରଣ କକ୍ଷକୁ ସମ୍ପୂର୍ଣ୍ଣ ସକ୍ରିୟ କରାଯାଇଛି, ଯାହାର ଫୋନ ନମ୍ବର ୦୬୮୫୬–୨୨୪୦୮୨ ଏବଂ ଟୋଲ୍ ଫ୍ରି ନମ୍ବର ୧୦୭୭ ଜାରି କରାଯାଇଛି, ଯାହା ଦ୍ୱାରା ସାଧାରଣ ଜନତା ଯେକୌଣସି ଜରୁରୀ ସମୟରେ ଯୋଗାଯୋଗ କରିପାରିବେ । ଏହା ସହ ଅଗ୍ନିକାଣ୍ଡ ସମ୍ବନ୍ଧୀୟ ସମସ୍ୟା ପାଇଁ ଟୋଲ୍ ଫ୍ରି ନମ୍ବର ୧୧୨ କୁ ଯୋଗାଯୋଗ କରିପାରିବେ।
ବୈଠକରେ ଜିଲ୍ଲାପାଳ ଶ୍ରୀ କୁଳକର୍ଣ୍ଣୀ, ମାନ୍ୟବର ବିଧାୟକ ରାୟଗଡ ଶ୍ରୀ କାଡ୍ରକା ଅପ୍ପଳା ସ୍ୱାମୀ, ମାନ୍ୟବର ବିଧାୟକ ଗୁଣପୁର ଶ୍ରୀ ସତ୍ୟଜିତ ଗୋମାଙ୍ଗ, ମାନ୍ୟବର ବିଧାୟକ ବିଷମକଟକ ଶ୍ରୀ ନୀଳମାଧଵ ହିକକା ସମସ୍ତ ବିଭାଗକୁ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବା ସହ ବନ୍ୟା ପ୍ରବଣ ଅଞ୍ଚଳଗୁଡ଼ିକରେ ପୂର୍ବରୁ ଆବଶ୍ୟକୀୟ ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ନଦୀ ଓ କେନାଲ ବନ୍ଧର ଦୁର୍ବଳ ସ୍ଥାନ ଚିହ୍ନଟ କରି ତୁରନ୍ତ ମରାମତି କରିବା, ଡ୍ରେନେଜ ବ୍ୟବସ୍ଥା ସଫା ରଖିବା ଓ ବର୍ଷାଜଳର ସ୍ୱାଭାବିକ ନିଷ୍କାସନ ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା । ସେହିପରି ବର୍ଷା ମାପକ କେନ୍ଦ୍ରଗୁଡ଼ିକର ଯାଞ୍ଚ, ନିୟନ୍ତ୍ରଣ କକ୍ଷ ସକ୍ରିୟକରଣ ଓ ଆବଶ୍ୟକ ଯୋଗାଯୋଗ ଉପକରଣ ସୁଚାରୁ ରଖିବାକୁ ସମ୍ପୃକ୍ତ ବିଭାଗକୁ କୁହାଯାଇଥିଲା । ଯେକୌଣସି ଜରୁରୀ ପରିସ୍ଥିତିର ତୁରନ୍ତ ମୁକାବିଲା ଓ ଉଦ୍ଧାର କାର୍ଯ୍ୟ ପାଇଁ ଜିଲ୍ଲାରେ ଓଡ୍ରାଫ୍ (ODRAF) ରାୟଗଡ, ଭାମିନୀ ସ୍ଥିତ ଦ୍ୱିତୀୟ ଆଇଆରବିଏନ (2nd IRBN) ଏବଂ ଜିଲ୍ଲାର ବିଭିନ୍ନ ସ୍ଥାନରେ ଥିବା ୧୧ଟି ଅଗ୍ନିଶମ କେନ୍ଦ୍ରର ସେବାକୁ ସଜାଗ ରଖାଯାଇଛି ।
ବୈଠକରେ ବନ୍ୟା ପ୍ରବଣ ଅଞ୍ଚଳରେ ଖାଦ୍ୟ ସାମଗ୍ରୀ, ପାନୀୟ ଜଳ, ଔଷଧ ଓ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀର ଅଗ୍ରୀମ ମଜୁତ, ଅସ୍ଥାୟୀ ଆଶ୍ରୟସ୍ଥଳୀ ଚିହ୍ନଟ ଓ ସେଠାରେ ପାନୀୟ ଜଳ ଏବଂ ପରିମଳ ବ୍ୟବସ୍ଥା ସୁନିଶ୍ଚିତ କରିବା ଉପରେ ମଧ୍ୟ ଆଲୋଚନା ହୋଇଥିଲା । ବିପର୍ଯ୍ୟୟ ସମୟରେ ଲୋକଙ୍କୁ ଆଶ୍ରୟ ଦେବା ପାଇଁ ଜିଲ୍ଲାରେ ୩ଟି ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀ ଯଥା ରାୟଗଡ ବ୍ଲକର ହାଟସେସଖାଲ, ବିଷମକଟକ ବ୍ଲକର କୁଟ୍ରାଗଡ ଏବଂ ଗୁଣୁପୁର ବ୍ଲକର ବିକ୍ରମପୁର ଠାରେ ତାଲିମପ୍ରାପ୍ତ ଟାସ୍କଫୋର୍ସ ପ୍ରସ୍ତୁତ ରହିଛନ୍ତି । ଏହା ବ୍ୟତୀତ ରାୟଗଡା ଜିଲ୍ଲାର ବିଭିନ୍ନ ବ୍ଲକରେ ଅନ୍ୟ ୮୪ଟି ଚିହ୍ନଟ ହୋଇଥିବା ଆଶ୍ରୟସ୍ଥଳୀକୁ ମଧ୍ୟ ପ୍ରସ୍ତୁତ ରଖାଯାଇଛି । ସ୍ୱାସ୍ଥ୍ୟ ବିଭାଗକୁ ଆବଶ୍ୟକ ଔଷଧ, ଆମ୍ବୁଲାନ୍ସ ଓ ମେଡିକାଲ ଟିମ୍ ପ୍ରସ୍ତୁତ ରଖିବା ସହ ପଶୁ ସମ୍ପଦ ବିଭାଗକୁ ପଶୁ ଖାଦ୍ୟ ଓ ଚିକିତ୍ସା ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା ।
ଏହା ସହ ବନ୍ୟା ସମୟରେ ଲୋକଙ୍କ ସୁରକ୍ଷିତ ସ୍ଥାନାନ୍ତରଣ ପାଇଁ ରାସ୍ତା ଓ ଯାନବାହନ ବ୍ୟବସ୍ଥା, ଓଡ୍ରାଫ୍‌, ଏନଡିଆରଏଫ୍‌ ଓ ଅନ୍ୟାନ୍ୟ ସୁରକ୍ଷା ବଳ ନିୟୋଜନ, ହେଲିପ୍ୟାଡ୍‌ ଓ ଏୟାରଷ୍ଟ୍ରିପ୍‌ ତାଲିକା ପ୍ରସ୍ତୁତି, ଟେଲିଫୋନ ଓ ୱାୟାରଲେସ ଯୋଗାଯୋଗ ବ୍ୟବସ୍ଥା ସଚଳ ରଖିବା ଏବଂ ବିଦ୍ୟୁତ୍‌ ଓ ସଡ଼କ ସେବା ଶୀଘ୍ର ପୁନରୁଦ୍ଧାର ପାଇଁ ପ୍ରସ୍ତୁତି ନେବାକୁ କୁହାଯାଇଥିଲା । ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ନିଜ ନିଜ ବିଭାଗର ପ୍ରସ୍ତୁତି ସମ୍ପର୍କରେ ଅବଗତ କରାଇଥିଲେ । 
ଏହି ବୈଠକରେ ମାନ୍ୟବର ବିଧାୟକ ରାୟଗଡ ଶ୍ରୀ କାଡ୍ରକା ଅପ୍ପଳା ସ୍ୱାମୀ, ମାନ୍ୟବର ବିଧାୟକ ଗୁଣପୁର ଶ୍ରୀ ସତ୍ୟଜିତ ଗୋମାଙ୍ଗ, ମାନ୍ୟବର ବିଧାୟକ ବିଷମକଟକ ଶ୍ରୀ ନୀଳମାଧଵ ହିକକା, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ ) ଶ୍ରୀ ନବୀନ ଚନ୍ଦ୍ର ନାୟକ, ଜିଲ୍ଲା ମୁଖ୍ୟ ଉର୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଉପଜିଲ୍ଲାପାଳ ରାୟଗଡ଼ ଶ୍ରୀ ରମେଶ ଚନ୍ଦ୍ର ଜେନା, ଉପଜିଲ୍ଲାପାଳ ଗୁଣପୁର ଶ୍ରୀ ଅଭିଷେଖ ଦୁଦାଲ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଗୋସନାର ବର୍ଲା, ଅଗ୍ନିଶମ, ସ୍ୱାସ୍ଥ୍ୟ, ଜଳ ସମ୍ପଦ, ପଞ୍ଚାୟତିରାଜ, ବିଦ୍ୟୁତ୍‌, ପରିବହନ, ଖାଦ୍ୟ ଯୋଗାଣ, କୃଷି, ପଶୁ ସମ୍ପଦ, ସୂଚନା ଓ ଲୋକ ସମ୍ପର୍କ, ଗୋଷ୍ଠୀ ଉର୍ନୟନ, ତହସିଲଦାର ସହ ଜିଲ୍ଲାର ସମସ୍ତ ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ ।

109
ବିଜ୍ଞାପନ

ଶ୍ରୀ ଶ୍ରୀ ମଝିଘରିଆଣୀ ..

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Advertisement..

Chaiti - 2025..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ଭାରତୀୟ ଗଣତନ୍ତ୍ରରେ ବିହାର ରାଜନ..

ଜିଲ୍ଲା

ସୌରା ଭାଷାରେ ସ୍ୱତନ୍ତ୍ର ସଘନ ସଂଶ..

ସହର

ଇମ୍ଫା ଥେରୁବାଲି ରେ ସପ୍ତାହ ବ୍ୟା..

ଗ୍ରାମୀଣ

ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବ..

ଜାତୀୟ

ଗାଁ ରୁ ସହର, ରାଜ୍ଯ, ଦେଶ ଓ ଦୁନିଆର 30..

ଅନ୍ତର୍ଜାତୀୟ

ଗାଁ ରୁ ସହର, ଜିଲ୍ଲା, ରାଜ୍ଯ, ଦେଶ ଓ ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ଜିଟିଭି ଭାରତ ଓଡିଆ ପ୍ରତିନିଧି କହି ତାଙ୍କ ଦ୍ବାରା କୌଣସି ଅପ୍ରିତିକର କାର୍ଯ୍ଯ ହୁଏ ବା ସେ କରନ୍ତି ସେଥିପାଇଁ ଜିଟିଭି ଭାରତ ଓଡିଆ ସମ୍ପାଦକ ଦାୟୀନୁହନ୍ତି |   (12-Apr-2026 07:08:00 PM) | ଚୈତନ୍ଯ କାଲସାଇ ବଲାଙ୍ଗୀର ଜିଲ୍ଲାପ୍ରତିନିଧିଭାବେ ଖବର ପ୍ରେରଣ କରିବାକୁ ସଂସ୍ଥା ଠାରୁ ପରିଚୟପତ୍ର ନେଇଥିଲେ | କୌଣସି କାର୍ଯ୍ଯ ନକରିବାରୁ ତାଙ୍କୁ ଦିଆଯାଇଥିବା ପରିଚୟପତ୍ର ଓ କାର୍ଡକୁ ଆଜ ତା 12.04.2026 ରିଖରୁ ରଦ୍ଧ କରିଦିଆଗଲା |    (12-Apr-2026 07:05:00 PM) | ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter