• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଜିଲ୍ଲା

07-Jun-2026

ସୌରା ଭାଷାରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ସଚେତନତା: ଲାଞ୍ଜିଆ ସୌରା ଗ୍ରାମରେ ପହଞ୍ଚିଲେ ଜିଲ୍ଲା ପ୍ରଶାସନ 

ରାୟଗଡ(ପିଆର),ତା ୦୬.୦୬.୨୬: ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟକ୍ରମକୁ ଜନଜାତି ଅଞ୍ଚଳରେ ଅଧିକ ଫଳପ୍ରଦ ଭାବେ କାର୍ଯ୍ୟକାରୀ କରିବା ଉଦ୍ଦେଶ୍ୟରେ ୧୩୮-ଗୁଣୁପୁର ବିଧାନସଭା କ୍ଷେତ୍ରର ନିର୍ବାଚନ ପଞ୍ଜିକରଣ ଅଧିକାରୀ (ERO) ତଥା ଉପଜିଲ୍ଲାପାଳ ଗୁଣୁପୁର ଶ୍ରୀ ଅଭିଷେଖ ଦୁଦାଳଙ୍କ ନେତୃତ୍ୱରେ ଗୁଣୁପୁର ବ୍ଲକ ଅନ୍ତର୍ଗତ ଲାଞ୍ଜିଆ ସୌରା ଜନଜାତି ଅଧ୍ୟୁଷିତ ରେଜିଙ୍ଗଟାଲ ଗ୍ରାମ ପରିଦର୍ଶନ କରିଥିଲେ।
ଏହି ଅବସରରେ ଉପ ଜିଲ୍ଲାପାଳ ଗୁଣପୁର ଶ୍ରୀ ଅଭିଷେଖ ଦୁଦାଳ, ତହସିଲଦାର ତଥା ସହକାରୀ ନିର୍ବାଚନ ପଞ୍ଜିକରଣ ଅଧିକାରୀ (AERO), ଗୁଣୁପୁର; ବ୍ଲକ ଉନ୍ନୟନ ଅଧିକାରୀ ତଥା AERO, ଗୁଣୁପୁର; ସହକାରୀ ଜିଲ୍ଲାପାଳ ତଥା AERO, ଗୁଣୁପୁର ଉପସ୍ଥିତ ରହି କ୍ଷେତ୍ରସ୍ତରୀୟ କାର୍ଯ୍ୟକଳାପର ତଦାରଖ କରିଥିଲେ। ପରିଦର୍ଶନ ସମୟରେ ବୁଥ୍ ସ୍ତରୀୟ ଅଧିକାରୀ (BLO) ଶ୍ରୀ ଅଜିତ ସବର ସ୍ଥାନୀୟ ଲାଞ୍ଜିଆ ସୌରା ସମ୍ପ୍ରଦାୟର ଲୋକଙ୍କ ସହ ସେମାନଙ୍କ ମାତୃଭାଷା ସୌରା ଭାଷାରେ ସିଧାସଳଖ ସମ୍ବାଦ କରିଥିଲେ। ସେ SIR କାର୍ଯ୍ୟକ୍ରମର ଉଦ୍ଦେଶ୍ୟ, ମତଦାତା ତାଲିକାରେ ନାମ ଅନ୍ତର୍ଭୁକ୍ତି, ସଂଶୋଧନ ଏବଂ ଅଦ୍ୟତନ ପ୍ରକ୍ରିୟା ସମ୍ପର୍କରେ ଗ୍ରାମବାସୀଙ୍କୁ ବିସ୍ତୃତ ଭାବେ ଅବଗତ କରାଇଥିଲେ। ନିଜ ଭାଷାରେ ସୂଚନା ପାଇବା ଫଳରେ ଗ୍ରାମବାସୀମାନେ କାର୍ଯ୍ୟକ୍ରମକୁ ସହଜରେ ବୁଝିପାରିଥିଲେ ଏବଂ ଉତ୍ସାହର ସହ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।
ଅଧିକାରୀମାନେ ଦୁର୍ଗମ ଜନଜାତି ଅଞ୍ଚଳର ପ୍ରତ୍ୟେକ ଯୋଗ୍ୟ ମତଦାତାଙ୍କ ନିକଟରେ ପହଞ୍ଚିବା ଏବଂ ମତଦାତା ତାଲିକାର ସଠିକତା ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱ ଦେଇଥିଲେ। ଲାଞ୍ଜିଆ ସୌରା ସମ୍ପ୍ରଦାୟ ମଧ୍ୟରେ ସ୍ଥାନୀୟ ଭାଷା ମାଧ୍ୟମରେ ସଚେତନତା ସୃଷ୍ଟି କରିବା SIR କାର୍ଯ୍ୟକ୍ରମକୁ ଅଧିକ ସମାବେଶୀ ଏବଂ ଜନମୁଖୀ କରିବାରେ ସହାୟକ ହେବ ବୋଲି ଅଧିକାରୀମାନେ ମତ ପ୍ରକାଶ କରିଥିଲେ।

11
ବିଜ୍ଞାପନ

ଶ୍ରୀ ଶ୍ରୀ ମଝିଘରିଆଣୀ ..

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Advertisement..

Chaiti - 2025..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ଭାରତୀୟ ଗଣତନ୍ତ୍ରରେ ବିହାର ରାଜନ..

ଜିଲ୍ଲା

ସୌରା ଭାଷାରେ ସ୍ୱତନ୍ତ୍ର ସଘନ ସଂଶ..

ସହର

ଇମ୍ଫା ଥେରୁବାଲି ରେ ସପ୍ତାହ ବ୍ୟା..

ଗ୍ରାମୀଣ

ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବ..

ଜାତୀୟ

ଗାଁ ରୁ ସହର, ରାଜ୍ଯ, ଦେଶ ଓ ଦୁନିଆର 30..

ଅନ୍ତର୍ଜାତୀୟ

ଗାଁ ରୁ ସହର, ଜିଲ୍ଲା, ରାଜ୍ଯ, ଦେଶ ଓ ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଚୀନ ଠାରୁ ଚେଙ୍ଗଡୁ ଜେ-୧୦ସି ଯୁଦ୍ଧ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ଜିଟିଭି ଭାରତ ଓଡିଆ ପ୍ରତିନିଧି କହି ତାଙ୍କ ଦ୍ବାରା କୌଣସି ଅପ୍ରିତିକର କାର୍ଯ୍ଯ ହୁଏ ବା ସେ କରନ୍ତି ସେଥିପାଇଁ ଜିଟିଭି ଭାରତ ଓଡିଆ ସମ୍ପାଦକ ଦାୟୀନୁହନ୍ତି |   (12-Apr-2026 07:08:00 PM) | ଚୈତନ୍ଯ କାଲସାଇ ବଲାଙ୍ଗୀର ଜିଲ୍ଲାପ୍ରତିନିଧିଭାବେ ଖବର ପ୍ରେରଣ କରିବାକୁ ସଂସ୍ଥା ଠାରୁ ପରିଚୟପତ୍ର ନେଇଥିଲେ | କୌଣସି କାର୍ଯ୍ଯ ନକରିବାରୁ ତାଙ୍କୁ ଦିଆଯାଇଥିବା ପରିଚୟପତ୍ର ଓ କାର୍ଡକୁ ଆଜ ତା 12.04.2026 ରିଖରୁ ରଦ୍ଧ କରିଦିଆଗଲା |    (12-Apr-2026 07:05:00 PM) | ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter