• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଜିଲ୍ଲା

08-Sep-2026

ଆନ୍ତର୍ଜାତୀୟ ସାକ୍ଷରତା ଦିବସରେ ସମ୍ପୂର୍ଣ୍ଣ ସାକ୍ଷର ରାୟଗଡ ଗଠନ ପାଇଁ ଆହ୍ୱାନ

ରାୟଗଡ(ପିଆର), ତା. ୦୮/୦୯/୨୦୨୬ରିଖ ରାୟଗଡ ଜିଲ୍ଲାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ଆଜି ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ରାୟଗଡ ପରିସରରେ ଏହି ଅବସରରେ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ସକାଳ ୯ଟାରେ ଜିଲ୍ଲା ପରିଷଦ, ରାୟଗଡ ଅଧ୍ୟକ୍ଷା ଶ୍ରୀମତୀ ସରସ୍ୱତୀ ମାଝୀ ଛାତ୍ରଛାତ୍ରୀଙ୍କ ଦ୍ୱାରା ଆୟୋଜିତ ସଚେତନତା ଶୋଭାଯାତ୍ରାକୁ ଉଦ୍‌ଘାଟନ କରିଥିଲେ। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବୀନ୍ଦ୍ର ନାଥ କହଁର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଦେବରାଜ ଟାକ୍ରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମିନତୀ ଦେଓ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଭଜନଲାଲ ମାଝୀ ଏବଂ ଏଡିଇଓ-କମ୍-ଜିଲ୍ଲା ନୋଡାଲ ଅଧିକାରୀ, ଉଲ୍ଲାସ ଶ୍ରୀମତୀ ଶାନ୍ତିଲତା ମୁନିଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।
ରାୟଗଡ ପୌରାଞ୍ଚଳ ଅଧୀନ ବିଭିନ୍ନ ବିଦ୍ୟାଳୟର ପ୍ରାୟ ୨୦୦ ଛାତ୍ରଛାତ୍ରୀ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ଛାତ୍ରଛାତ୍ରୀମାନେ ବିଭିନ୍ନ ସଚେତନତାମୂଳକ ପ୍ଲାକାର୍ଡ ଧରିବା ସହ ସ୍ଲୋଗାନ ଦେଇ ଓ ଗୀତ ଗାଇ ସହର ପରିକ୍ରମା କରିଥିଲେ। ସାକ୍ଷରତାର ଗୁରୁତ୍ୱ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ସହ ଜିଲ୍ଲାରୁ ନିରକ୍ଷରତା ଦୂରୀକରଣ ପାଇଁ ସମସ୍ତ ଅଂଶୀଦାରଙ୍କ ସହଯୋଗ ଓ ସକ୍ରିୟ ଭୂମିକାର ଆବଶ୍ୟକତା ନେଇ ବାର୍ତ୍ତା ପ୍ରଦାନ କରାଯାଇଥିଲା।
ପରେ ସକାଳ ୯ଟା ୩୦ରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ସଚେତନତାମୂଳକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ, ଶିକ୍ଷକ-ଶିକ୍ଷୟିତ୍ରୀ, ଶିକ୍ଷାର୍ଥୀ, ଭଲ୍ୟୁଣ୍ଟିଅର ଟିଚର୍‌ (VT) ଏବଂ ବିଦ୍ୟାଳୟ ପରିଚାଳନା କମିଟି (SMC)ର ସଦସ୍ୟଙ୍କ ସମେତ ୧୦୦ରୁ ଅଧିକ ଅଂଶଗ୍ରହଣକାରୀ ଯୋଗଦେଇଥିଲେ।
ସଭାରେ ଅତିଥିମାନେ ସାକ୍ଷରତା କେବଳ ପଢ଼ିବା ଓ ଲେଖିବାର ଦକ୍ଷତା ନୁହେଁ, ବରଂ ଜଣେ ବ୍ୟକ୍ତିଙ୍କୁ ସଶକ୍ତ, ସଚେତନ ଓ ଦାୟିତ୍ୱବାନ ନାଗରିକ ଭାବେ ଗଢ଼ି ତୋଳିବାର ଏକ ମୁଖ୍ୟ ମାଧ୍ୟମ ବୋଲି ମତବ୍ୟକ୍ତ କରିଥିଲେ। ଏଥିସହ ରାୟଗଡ ଜିଲ୍ଲାରୁ ନିରକ୍ଷରତା ଦୂରୀକରଣ ନିମନ୍ତେ ସରକାରଙ୍କ ପକ୍ଷରୁ ଚାଲୁଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦିଆଯାଇଥିଲା।
ସଭାରେ ସୂଚନା ଦିଆଯାଇଥିଲା ଯେ, ଚଳିତ ବର୍ଷ ନୂତନ ଭାରତ ସାକ୍ଷରତା କାର୍ଯ୍ୟକ୍ରମ (NILP)/ଉଲ୍ଲାସ ଅଧୀନରେ ରାୟଗଡ ଜିଲ୍ଲାରେ ୪୦,୦୦୦ରୁ ଅଧିକ ଶିକ୍ଷାର୍ଥୀଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ ସାକ୍ଷର କରିବା ନିମନ୍ତେ ବିଭିନ୍ନ ଶିକ୍ଷାଦାନ ଓ ଶିକ୍ଷଣ କାର୍ଯ୍ୟକ୍ରମ ଜାରି ରହିଛି।
ସାକ୍ଷରତାର ପ୍ରସାର ମାଧ୍ୟମରେ ସମାଜର ଶେଷ ସ୍ତରରେ ଥିବା ବ୍ୟକ୍ତିଙ୍କ ନିକଟରେ ଶିକ୍ଷାର ଆଲୋକ ପହଞ୍ଚାଇବା ସହ ଡିଜିଟାଲ ଓ ଜୀବନବ୍ୟାପୀ ଶିକ୍ଷାକୁ ପ୍ରୋତ୍ସାହନ ଦେବା ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଥିଲା।
ଶେଷରେ, ରାୟଗଡ ଜିଲ୍ଲାକୁ ଏକ ସମ୍ପୂର୍ଣ୍ଣ ସାକ୍ଷର ଜିଲ୍ଲା ଭାବେ ଗଢ଼ି ତୋଳିବା ପାଇଁ ପ୍ରଶାସନ, ଶିକ୍ଷକ, ଶିକ୍ଷାର୍ଥୀ, ସ୍ୱେଚ୍ଛାସେବୀ, ବିଦ୍ୟାଳୟ ପରିଚାଳନା କମିଟି ଓ ସମାଜର ସମସ୍ତ ବର୍ଗଙ୍କୁ ସକ୍ରିୟ ସହଯୋଗ ଏବଂ ସମର୍ଥନ ପ୍ରଦାନ କରିବାକୁ ଆହ୍ୱାନ କରାଯାଇଥିଲା।

8
ବିଜ୍ଞାପନ

ଶ୍ରୀ ଶ୍ରୀ ମଝିଘରିଆଣୀ ..

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Advertisement..

Chaiti - 2025..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ଭାରତୀୟ ଗଣତନ୍ତ୍ରରେ ବିହାର ରାଜନ..

ଜିଲ୍ଲା

ରାୟଗଡରେ ଜିଲ୍ଲାସ୍ତରୀୟ ଦିଶା ବୈ..

ସହର

ଇମ୍ଫା ଥେରୁବାଲି ରେ ସପ୍ତାହ ବ୍ୟା..

ଗ୍ରାମୀଣ

ବାଫ୍‍ଲିମାଳି ଦୀର୍ଘସ୍ଥାୟୀ ଖଣି ..

ଜାତୀୟ

ରାଜନୈତିକ ଷଡଯନ୍ତ୍ର | BJP ଫସିଲା | ସମ..

ଅନ୍ତର୍ଜାତୀୟ

ଗାଁ ରୁ ସହର, ଜିଲ୍ଲା, ରାଜ୍ଯ, ଦେଶ ଓ ..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଜିଟିଭି ଭାରତ ଓଡିଆ ର ସାମ୍ବାଦିକ ତ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସା..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନ..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତର..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ଜିଟିଭି ଭାରତ ଓଡିଆ ପ୍ରତିନିଧି କହି ତାଙ୍କ ଦ୍ବାରା କୌଣସି ଅପ୍ରିତିକର କାର୍ଯ୍ଯ ହୁଏ ବା ସେ କରନ୍ତି ସେଥିପାଇଁ ଜିଟିଭି ଭାରତ ଓଡିଆ ସମ୍ପାଦକ ଦାୟୀନୁହନ୍ତି |   (12-Apr-2026 07:08:00 PM) | ଚୈତନ୍ଯ କାଲସାଇ ବଲାଙ୍ଗୀର ଜିଲ୍ଲାପ୍ରତିନିଧିଭାବେ ଖବର ପ୍ରେରଣ କରିବାକୁ ସଂସ୍ଥା ଠାରୁ ପରିଚୟପତ୍ର ନେଇଥିଲେ | କୌଣସି କାର୍ଯ୍ଯ ନକରିବାରୁ ତାଙ୍କୁ ଦିଆଯାଇଥିବା ପରିଚୟପତ୍ର ଓ କାର୍ଡକୁ ଆଜ ତା 12.04.2026 ରିଖରୁ ରଦ୍ଧ କରିଦିଆଗଲା |    (12-Apr-2026 07:05:00 PM) | ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter