• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ଜିଲ୍ଲା

16-Oct-2026

ରାୟଗଡ଼ ଜିଲ୍ଲାର ବିକାଶମୂଳକ ପ୍ରକଳ୍ପର ସମୀକ୍ଷା କଲେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର-ତଥା-ଶାସନ ସଚିବ

ରାୟଗଡ଼(ପିଆର), ୧୬.୧୦.୨୦୨୬ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ, ଓଡ଼ିଶା ସରକାରଙ୍କ କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାର, ଆଇଏଏସ୍‌, ରାୟଗଡ଼ ଜିଲ୍ଲାର ବିଭିନ୍ନ ବ୍ଲକ୍‌ ଗସ୍ତ କରି ଚାଲୁ ରହିଥିବା ବିକାଶମୂଳକ ପ୍ରକଳ୍ପଗୁଡ଼ିକର ସ୍ଥିତି ଓ ଅଗ୍ରଗତି ସମୀକ୍ଷା କରିଥିଲେ। ଏହି ଗସ୍ତ ଅବସରରେ ସେ ବିଭିନ୍ନ ପ୍ରକଳ୍ପର କାର୍ଯ୍ୟାନ୍ୱୟନ ଓ ଏହାର ଉପଯୋଗିତା ସମ୍ପର୍କରେ ଅନୁଧ୍ୟାନ କରିବା ସହ ଜିଲ୍ଲାର ସାମଗ୍ରିକ ବିକାଶ, ଆଦିବାସୀଙ୍କ ଜୀବିକା ବିକାଶ, ପାରମ୍ପରିକ କଳା ଓ ହସ୍ତଶିଳ୍ପର ସଂରକ୍ଷଣ ତଥା ଭିତ୍ତିଭୂମିର ଉନ୍ନତି ସମ୍ପର୍କରେ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ।
ଏହି ବୈଠକରେ ରାୟଗଡ଼ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣି, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଶ୍ରୀ ନିହାର ରଞ୍ଜନ କହଁର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ରାୟଗଡ଼ ଉପଜିଲ୍ଲାପାଳ ସୁଶ୍ରୀ ମୃଣାଳିକା ରାଠୋଡ଼ଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।
ବୈଠକରେ ଜିଲ୍ଲାର ପାରମ୍ପରିକ କଳା, ହସ୍ତଶିଳ୍ପ ଓ ଆଦିବାସୀ ଐତିହ୍ୟର ସଂରକ୍ଷଣ ସହ ଏହାକୁ ଜୀବିକାର ଏକ ପ୍ରମୁଖ ମାଧ୍ୟମ ଭାବେ ବିକଶିତ କରିବା ଉପରେ ଆଲୋଚନା ହୋଇଥିଲା। ଏହି ଅବସରରେ ଶ୍ରୀମତୀ ଗୁହା ପୁନମ ତାପସ କୁମାର ମତ ପ୍ରକାଶ କରିଥିଲେ ଯେ, ରାୟଗଡ଼ ଜିଲ୍ଲାରେ ଶିଳ୍ପ ଓ ହସ୍ତଶିଳ୍ପ ଉଭୟର ସହାବସ୍ଥାନ ଏକ ସ୍ୱତନ୍ତ୍ର ବିଶେଷତ୍ୱ, ଯାହା ଓଡ଼ିଶାରେ ବିରଳ। ଏହି ବିଶେଷତ୍ୱର ସଦୁପଯୋଗ କରି ଜିଲ୍ଲାର ଆର୍ଥିକ ବିକାଶ ଓ ସ୍ଥାନୀୟ ଲୋକଙ୍କ ଜୀବିକାକୁ ଅଧିକ ସୁଦୃଢ଼ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।
ବିଶେଷକରି ଡଙ୍ଗରିଆ କନ୍ଧ ସମ୍ପ୍ରଦାୟର ପାରମ୍ପରିକ ଶାଲ୍‌ ଓ ତୁମ୍ବା ହସ୍ତଶିଳ୍ପକୁ ଆଧାର କରି ଏକ କ୍ରାଫ୍ଟ ଭିଲେଜ୍‌ ବା ହସ୍ତଶିଳ୍ପ ଗ୍ରାମ ପ୍ରତିଷ୍ଠାର ସମ୍ଭାବନା, ପାରମ୍ପରିକ କଳାର ବଜାର ସଂଯୋଗୀକରଣ ଏବଂ କାରିଗରମାନଙ୍କ ଦକ୍ଷତା ବିକାଶ ସମ୍ପର୍କରେ ବିଚାରବିମର୍ଶ କରାଯାଇଥିଲା। ଏଥିସହ ବ୍ଲାକ୍‌ ଡୋକ୍ରା କଳାର ପ୍ରଚାରପ୍ରସାର ଓ ଏହାର ବଜାର ସୁଯୋଗ ବୃଦ୍ଧି ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା।
ଶିକ୍ଷା କ୍ଷେତ୍ରରେ ବିଦ୍ୟାଳୟଗୁଡ଼ିକର ଉନ୍ନତିକରଣ, ଛାତ୍ରାବାସର ଭିତ୍ତିଭୂମି, ଖାଦ୍ୟ ବ୍ୟବସ୍ଥା ଓ କ୍ରୀଡ଼ା ସୁବିଧାର ବିକାଶ ସମ୍ପର୍କରେ ଆଲୋଚନା ହୋଇଥିଲା। ସେହିପରି ହସ୍ପିଟାଲ୍‌ଗୁଡ଼ିକର ଉନ୍ନତିକରଣ, ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ସୁଦୃଢ଼ୀକରଣ ଏବଂ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଉନ୍ନତି ଉପରେ ଗୁରୁତ୍ୱାରୋପ କରାଯାଇଥିଲା।
ଜିଲ୍ଲାର ଆଦିବାସୀ ଅଞ୍ଚଳରେ ଡଙ୍ଗରିଆ କନ୍ଧ ସମ୍ପ୍ରଦାୟର ଆବାସ ବିକାଶ, ଡାହାଣୀ ସନ୍ଦେହଜନିତ କୁପ୍ରଥା ବିରୋଧରେ ଜନସଚେତନତା ସୃଷ୍ଟି ଏବଂ ଜୀବିକାଭିତ୍ତିକ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଆଗେଇ ନେବା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଜିଲ୍ଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିର ସଠିକ୍‌, ସ୍ୱଚ୍ଛ ଓ ଫଳପ୍ରଦ ବିନିଯୋଗ ମାଧ୍ୟମରେ ଜନକଲ୍ୟାଣମୂଳକ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରିବା ଉପରେ ମଧ୍ୟ ଆଲୋକପାତ କରାଯାଇଥିଲା।
କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ଗେଣ୍ଡୁ ଫୁଲ, ଆମ୍ବ, କଫି, ମାଣ୍ଡିଆ ଓ ସପୁରୀ ଆଦିର ଉତ୍ପାଦନ ବୃଦ୍ଧି, ମୂଲ୍ୟଯୁକ୍ତ ଉତ୍ପାଦ ପ୍ରସ୍ତୁତି ଏବଂ ବଜାର ସଂଯୋଗୀକରଣ ମାଧ୍ୟମରେ ଚାଷୀଙ୍କ ଆୟ ବୃଦ୍ଧି ନିମନ୍ତେ ଆଲୋଚନା ହୋଇଥିଲା। ଏଥିସହ ଜିଲ୍ଲାରେ କପା ଶିଳ୍ପ ପ୍ରତିଷ୍ଠାର ସମ୍ଭାବନା, ହସ୍ତତନ୍ତ ଓ ହସ୍ତଶିଳ୍ପ କ୍ଷେତ୍ରରେ ଦକ୍ଷତା ବିକାଶ, ଯୁବବର୍ଗଙ୍କ ପାଇଁ ନିଯୁକ୍ତି ଓ ଆତ୍ମନିଯୁକ୍ତିର ସୁଯୋଗ ସୃଷ୍ଟି ଉପରେ ଗୁରୁତ୍ୱ ଦିଆଯାଇଥିଲା।
ରାୟଗଡ଼ ଜିଲ୍ଲାର ସ୍ଥାନୀୟ ସମ୍ବଳ, ପାରମ୍ପରିକ ଜ୍ଞାନକୌଶଳ ଓ ସାଂସ୍କୃତିକ ଐତିହ୍ୟର ଉପଯୋଗ କରି ସ୍ଥାୟୀ ଜୀବିକା ସୃଷ୍ଟି, ଆଦିବାସୀ ସମ୍ପ୍ରଦାୟର ଆର୍ଥିକ ସଶକ୍ତୀକରଣ ଏବଂ ସାମଗ୍ରିକ ଜିଲ୍ଲା ବିକାଶକୁ ଆଗେଇ ନେବା ଏହି ସମୀକ୍ଷା ବୈଠକ ଓ କ୍ଷେତ୍ର ପରିଦର୍ଶନର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

39
ବିଜ୍ଞାପନ

ଶ୍ରୀ ଶ୍ରୀ ମଝିଘରିଆଣୀ ..

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Advertisement..

Chaiti - 2025..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

ଭାରତୀୟ ଗଣତନ୍ତ୍ରରେ ବିହାର ରାଜନà­..

ଜିଲ୍ଲା

ଇନ୍ଦିରା ନଗର ଉ ପ୍ରା ବିଦ୍ୟାଳୟରେ ..

ସହର

ଇମ୍ଫା ଥେରୁବାଲି ରେ ସପ୍ତାହ ବ୍ୟାà..

ଗ୍ରାମୀଣ

ଶିକ୍ଷାର ମାନବୃଦ୍ଧି ଲକ୍ଷ୍ୟରେ ୟà­..

ଜାତୀୟ

ରାଜନୈତିକ ଷଡଯନ୍ତ୍ର | BJP ଫସିଲା | ସମ..

ଅନ୍ତର୍ଜାତୀୟ

ଗାଁ ରୁ ସହର, ଜିଲ୍ଲା, ରାଜ୍ଯ, ଦେଶ ଓ à..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଜିଟିଭି ଭାରତ ଓଡିଆ ର ସାମ୍ବାଦିକ ତ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସାà¬..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନà..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତରà..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ଜିଟିଭି ଭାରତ ଓଡିଆ ପ୍ରତିନିଧି କହି ତାଙ୍କ ଦ୍ବାରା କୌଣସି ଅପ୍ରିତିକର କାର୍ଯ୍ଯ ହୁଏ ବା ସେ କରନ୍ତି ସେଥିପାଇଁ ଜିଟିଭି ଭାରତ ଓଡିଆ ସମ୍ପାଦକ ଦାୟୀନୁହନ୍ତି |   (12-Apr-2026 07:08:00 PM) | ଚୈତନ୍ଯ କାଲସାଇ ବଲାଙ୍ଗୀର ଜିଲ୍ଲାପ୍ରତିନିଧିଭାବେ ଖବର ପ୍ରେରଣ କରିବାକୁ ସଂସ୍ଥା ଠାରୁ ପରିଚୟପତ୍ର ନେଇଥିଲେ | କୌଣସି କାର୍ଯ୍ଯ ନକରିବାରୁ ତାଙ୍କୁ ଦିଆଯାଇଥିବା ପରିଚୟପତ୍ର ଓ କାର୍ଡକୁ ଆଜ ତା 12.04.2026 ରିଖରୁ ରଦ୍ଧ କରିଦିଆଗଲା |    (12-Apr-2026 07:05:00 PM) | ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter